ଶ୍ରମିକ ବସ୍ ଦୁର୍ଘଟଣା ମାମଲା: ଅନୁକମ୍ପାମୂଳକ ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଗଞ୍ଜାମରୁ ଶ୍ରମିକଙ୍କୁ ନେଇ ସୁରଟ ଯାଉଥିବା ଏକ ବସ ଆଜି ରାୟପୁର ଠାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାର ଶିକାର ହୋଇଛି । ଏଥିରେ ଗଞ୍ଜାମ ଜିଲ୍ଲାର ୭ ଜଣଙ୍କ ମୃତ୍ୟୁ ହୋଇଥିବା ସୂଚନା । ତେବେ ଏହି ଘଟଣାରେ ଗଭୀର ଶୋକ ପ୍ରକାଶ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଶୋକସନ୍ତପ୍ତ ପରିବାରବର୍ଗଙ୍କୁ ଗଭୀର ସମବେଦନା ଜଣାଇବା ସହ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପାର ଅନୁକମ୍ପା ମୂଳକ ରାଶି ଘୋଷଣା କରିଛନ୍ତି।ଏହାସହ ଆହତମାନଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ସେମାନଙ୍କ ମାଗଣା ଚିକିତ୍ସା ପାଇଁ ମଧ୍ୟ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି । ଦୁର୍ଘଟଣାର ଶିକାର ହୋଇଥିବା ଲୋକଙ୍କୁ ଆବଶ୍ୟକ ସହାୟତା ଯୋଗାଇ ଦେବା ନିମନ୍ତେ ମନ୍ତ୍ରୀ ମନ୍ତ୍ରୀ ସୁଶାନ୍ତ ସିଂଙ୍କୁ ତୁରନ୍ତ ରାୟପୁର ଯିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ଶ୍ରୀ ପଟ୍ଟନାୟକ ଛତିଶଗଡ ଡିଜିଙ୍କ ସହ ସମନ୍ୱୟ ରକ୍ଷା କରିବାକୁ ଡିଜିପିଙ୍କୁ ମଧ୍ୟ ନିର୍ଦ୍ଦେଶ ଦେଇଛନ୍ତି।

Leave a Reply

Your email address will not be published. Required fields are marked *