ଆଜିଠୁ ଏହିସବୁ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଲଘୁଚାପର ରୂପ ନେଇପାରେ ବଙ୍ଗୋପସାଗରରେ ସୃଷ୍ଟ ଘୂର୍ଣ୍ଣିବଳୟ । ଏହାର ପ୍ରଭାବରେ ରାଜ୍ୟରେ ଆରମ୍ଭ ହୋଇଛି ବର୍ଷା । ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର କିଛି ସ୍ଥାନରେ ଲାଗି ରହିଛି ବର୍ଷା ।ଜଗତସିଂହପୁର, କଟକ, ପୁରୀ, କେନ୍ଦ୍ରାପଡ଼ା ଓ ଢେଙ୍କାନାଳ ଆଦି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏସବୁ ଜିଲ୍ଲାଗୁଡ଼ିକ ପାଇଁ ଅରେଞ୍ଜ ଓ୍ୱାର୍ଣ୍ଣିଂ ଜାରି ହୋଇଛି । ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷିପାରେ ।ସେହିପରି ଆଗାମୀ ୨୪ ଘଣ୍ଟା ପାଇଁ ରାଜ୍ୟର ୧୦ ଜିଲ୍ଲା ପାଇଁ ଜାରି ହୋଇଛି ୟେଲୋ ଓ୍ୱାର୍ଣ୍ଣିଂ । ଗଞ୍ଜାମ, ଅନୁଗୋଳ, ଯାଜପୁର, ଭଦ୍ରକ, ବାଲେଶ୍ୱର, ମୟୂରଭଞ୍ଜ, କନ୍ଧମାଳ, ନୟାଗଡ଼, ବୌଦ୍ଧ, ଖୋର୍ଦ୍ଧା । ଏସବୁ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷିବ । ୩ ତାରିଖରେ ବର୍ଷା ପରିମାଣ ସାମାନ୍ୟ କମିବାକୁ ଥିବାବେଳେ ୪ ଓ ୫ ତାରିଖରେ ପୁଣି ବର୍ଷା ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି ।

Leave a Reply

Your email address will not be published. Required fields are marked *