ରାଜ୍ୟ ରାଜନୀତିର ‘ମହାରଥୀ’

ଭୁବନେଶ୍ୱର:ଓଡ଼ିଶା ରାଜନୀତିରେ ଜଣେ ଟାଣୁଆ ନେତା ପ୍ରଦୀପ ମହାରଥୀ ।ତାଙ୍କ ବିୟୋଗରେ ରାଜନୈତିକ ମହଲରେ ଶୋକର ଛାୟା ।ମହାରଥୀ ପୁରୀ ଏସସିଏସ୍ କଲେଜରେ ଛାତ୍ର  ଜୀବନରୁ ରାଜନୀତିରେ ପାଦ ଥାପିଥିଲେ।

ପ୍ରଦୀପ ଓଡ଼ିଶା ରାଜନୀତିରେ ବିଜୁ ଜନତା ଦଳର କର୍ମକର୍ତ୍ତା ଭାବରେ କାର୍ଯ୍ୟ କରୁଥିଲେ । ପୂର୍ବରୁ ସେ ଜନତା ଦଳର କର୍ମୀ ଭାବରେ କାର୍ଯ୍ୟ କରୁଥିଲେ । ସେ ଓଡ଼ିଶା ବିଧାନ ସଭାରେ ଜଣେ ବିଧାୟକ ଭାବରେ ୭ଥର କାର୍ଯ୍ୟ କରିଥିଲେ ।ପ୍ରଦୀପ ଓଡ଼ିଶା ବିଧାନ ସଭାରେ ୨୦୧୧ ମସିହା ମଇ ମାସ ୧୦ ତାରିଖରେ କୃଷି ମନ୍ତ୍ରୀ, ୨୦୧୪ ମଇ ମାସ ୨୧ରେ କୃଷି, ମତ୍ସପାଳନ ଓ ପଶୁସମ୍ପଦ ମନ୍ତ୍ରୀ, ୨୦୧୭ ମସିହା ମଇ ମାସ ୭ ତାରିଖରେ ପଞ୍ଚାୟତରାଜ ଓ ପାନୀୟ ଜଳ ଯୋଗାଣ ମନ୍ତ୍ରୀ, ୨୦୧୭ ମସିହା ଡିସେମ୍ବର ୨୨ରେ କୃଷି ଓ କୃଷକ ସଶକ୍ତିକରଣ, ମତ୍ସପାଳନ ଓ ପଶୁ ସମ୍ପଦ ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

ପ୍ରଦୀପ ମହାରଥୀ ପୁରୀର ସାମନ୍ତ ଚନ୍ଦ୍ରଶେଖର ସ୍ଵୟଂ ଶାସିତ ମହାବିଦ୍ୟାଳୟରେ ପଢ଼ୁଥିବା ସମୟରେ ଜଣେ ଛାତ୍ରନେତା ଭାବରେ ରାଜନୀତିରେ ଯୋଗ ଦେଇଥିଲେ । ୧୯୮୫ ମସିହାର ସେ ପ୍ରଥମଥର ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ିଥିଲେ ।ଏହି ନିର୍ବାଚନରେ ସେ ୨୫,୬୯୮ ଖଣ୍ଡ ଭୋଟ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜାତୀୟ କଂଗ୍ରେସର ପ୍ରାର୍ଥୀ ବିପିନ ଦାସଙ୍କୁ ୩୩୯ ଖଣ୍ଡ ଭୋଟରେ ପରାସ୍ତ କରି ୯ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଏହି ବିଧାନ ସଭାରେ ସେ ୧୯୮୫ରୁ ୧୯୯୦ ମସିହାଯାଏଁ କାର୍ଯ୍ୟ କରିଥିଲେ ।୧୯୯୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ୫୪,୩୯୭ ଖଣ୍ଡ ଭୋଟ ପାଇଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ କଂଗ୍ରେସ ପ୍ରାର୍ଥୀ ପୂର୍ଣ୍ଣଚନ୍ଦ୍ର ମିଶ୍ରଙ୍କୁ ୩୦,୩୫୧ ଖଣ୍ଡ ଭୋଟରେ ପରାସ୍ତ କରି ୧୦ମ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।ଏହି ବିଧାନ ସଭାରେ ସେ ୧୯୯୦ ମସିହାରୁ ୧୯୯୫ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୧୯୯୫ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ଜନତା ଦଳର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ସମୁଦାୟ ୫୩,୪୩୩ ଖଣ୍ଡ ଭୋଟ ପାଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ, କଂଗ୍ରେସ ଦଳର ପ୍ରାର୍ଥୀ ଯୁଧିଷ୍ଠିର ସାମସ୍ତରାୟଙ୍କଠାରୁ ୫,୩୭୯ ଖଣ୍ଡ ଭୋଟରେ ପରାସ୍ତ ହୋଇଥିଲେ ।ଏହାପରେ ସେ ଯେତେବେଳେ ବିଜୁ ଜନତା ଦଳ ଗଠନ କରାଗଲା, ସେତେବେଳେ ସେ ବିଜୁ ଜନତା ଦଳରେ ଯୋଗ ଦେଇଥିଲେ ।

 ୨୦୦୦ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ପିପିଲିରୁ ନିର୍ବାଚନ ଲଢ଼ି ସମୁଦାୟ ୬୧,୪୪୭ ଖଣ୍ଡ ଭୋଟ ପାଇଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ କଂଗ୍ରେସ ପ୍ରାର୍ଥୀ ଯୁଧିଷ୍ଠିର ସାମନ୍ତରାୟଙ୍କୁ ୨୨,୭୨୬ ଖଣ୍ଡ ଭୋଟରେ ପରାସ୍ତ କରି ୧୨ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।ଏହି ବିଧାନ ସଭାରେ ସେ ୨୦୦୦ ମସିହାରୁ ୨୦୦୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।୨୦୦୪ ମସିହାର ଓଡ଼ିଶ ବିଧାନ ସଭା ନିର୍ବାଚନରେ ସେ ବିଜେଡିର ପ୍ରାର୍ଥୀ ଭାବରେ ପିପିଲିରୁ ୬୫,୦୩୯ ଖଣ୍ଡ ଭୋଟ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ୧୦,୬୧୨ ଖଣ୍ଡ ଭୋଟରେ ପରାସ୍ତ କରି ୧୩ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।

ଏହି ବିଧାନ ସଭାରେ ସେ ୨୦୦୪ ମସିହାରୁ ୨୦୦୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।୨୦୦୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ୭୪,୧୧୨ ଖଣ୍ଡ ଭୋଟ ପାଇ ୧୪ଶ ଓଡ଼ିଶା ବିଧାନ ସଭାଙ୍କୁ ନିର୍ବାଚିତ ହୋଇଥିଲେ । ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ୧୨,୫୦୫ ଖଣ୍ଡ ଭୋଟରେ ପରାସ୍ତ କରିଥିଲେ ।ଏହି ବିଧାନ ସଭାରେ ସେ ୨୦୦୯ ମସିହାରୁ ୨୦୧୪ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୧୪ ମସିହାର ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ବିଜେଡିର ପ୍ରାର୍ଥୀ ଭାବରେ ପିପିଲି ବିଧାନ ସଭା ନିର୍ବାଚନ ମଣ୍ଡଳୀରୁ ନିର୍ବାଚନ ଲଢ଼ିଥିଲେ । ଏହି ନିର୍ବାଚନରେ ସେ ସମୁଦାୟ ୮୨,୫୫୦ ଖଣ୍ଡ ଭୋଟ ପାଇଥିଲେ ଏବଂ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀଙ୍କୁ ୩୩,୪୭୪ ଖଣ୍ଡ ଭୋଟରେ ପରାସ୍ତ କରି ୧୫ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ । ଏହି ବିଧାନ ସଭାରେ ସେ ୨୦୧୪ ମସିହାରୁ ୨୦୧୯ ମସିହାଯାଏଁ କାର୍ଯ୍ୟ କରିଥିଲେ ।

୨୦୧୯ ଓଡ଼ିଶା ବିଧାନ ସଭା ନିର୍ବାଚନରେ ସେ ପିପିଲିରୁ ବିଜେଡିର ପ୍ରାର୍ଥୀ ଭାବରେ ନିର୍ବାଚନ ଲଢ଼ି ୮୮,୪୩୪ ଖଣ୍ଡ ଭୋଟ ପାଇଥିଲେ । ଏହି ନିର୍ବାଚନରେ ସେ ତାଙ୍କର ନିକଟତମ ପ୍ରତିଦ୍ୱନ୍ଦୀ ଭାରତୀୟ ଜନତା ପାର୍ଟିର ପ୍ରାର୍ଥୀ ଆଶ୍ରିତ ପଟ୍ଟନାୟକଙ୍କୁ ୧୫,୭୮୭ ଖଣ୍ଡ ଭୋଟରେ ପରାସ୍ତ କରି ୧୬ଶ ଓଡ଼ିଶା ବିଧାନ ସଭାକୁ ନିର୍ବାଚିତ ହୋଇଥିଲେ ।[୧୪] ଏହି ବିଧାନ ସଭାରେ ସେ ୨୦୧୯ ମସିହାରୁ ୪ ଅକ୍ଟୋବର ୨୦୨୦ ପର୍ଯ୍ୟନ୍ତ କାର୍ଯ୍ୟ କରିଥିଲେ 

Leave a Reply

Your email address will not be published. Required fields are marked *