ରଜରେ ପ୍ରସ୍ତୁତ ହେଉଥିବା ସ୍ୱତନ୍ତ୍ର ଖାଦ୍ୟ ସମ୍ପର୍କରେ ଜାଣନ୍ତୁ

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ ପାଳନ ହେଉଛି ଗଣପର୍ବ ରଜ। ଚୁଲି ଲଗାଇ ନିୟମିତ ରୋଷେଇ କରିବା ମହିଳାଙ୍କ କାର୍ଯ୍ୟ । ଯେହେତୁ ରଜରେ ଧରଣୀମାତାଙ୍କୁ ବିଶ୍ରାମ ଦିଆଯାଏ। ତେଣୁ ରଜ ପୂର୍ବଦିନ ପହିଲି ରଜରେ ବହୁ ରକମର ପିଠାପଣା, ବିଶେଷ କରି ପୋଡ଼ ପିଠା ତିଆରି କରାଯାଇଥାଏ, ଯାହା ସହଜରେ ନଷ୍ଟ ହୁଏ ନାହିଁ ଏବଂ ଅଧିକ ଦିନ ରହିଥାଏ । ଭାତ ବଦଳରେ ଫଳମୂଳ ଓ ବିଭିନ୍ନ ପ୍ରକାର ପିଠାପଣା ଏକାଠି ଖାଇ ସମସ୍ତେ ମଜା କରିଥାନ୍ତି ।

*ଚକୁଳି ପିଠା: ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁତିଆରି ବହଳିଆ ମଣ୍ଡକୁ ତାବାରେ ଭାଜି ତିଆରି କରାଯାଏ ।

*ପୋଡ଼ ପିଠା: ଏହା ଏକ ଓଡ଼ିଆ ଖାଦ୍ୟ ଯାହା ଚାଉଳ ଚୂନା ଓ ବିରିରୁତିଆରି ଆଣକୁ କଦଳୀ ପତ୍ରରେ ବାନ୍ଧି ଚୁଲିରେ ରାତି ସାରା ପୋଡ଼ି ପ୍ରସ୍ତୁତ କରାଯାଏ । ଏହି ପୋଡ଼ ପିଠାକୁ ରଜ ୩ ଦିନ ଖିଆ ଯାଏ ।

*ରାଜପାନ: ରଜରେ ପାନଖିଆ ଏକ ପୁରୁଣା ଓଡ଼ିଆ ପରମ୍ପରା । ପ୍ରୀତିର ବନ୍ଧନ ହେଉଛି ପାନ ।ରଜରେ ଝିଅମାନେ ସମସ୍ତଙ୍କୁ ପାନ ଦବାନବା କରିଥାନ୍ତି । ଆୟୁର୍ବେଦ ଶାସ୍ତ୍ର ଅନୁସାରେ ପାନ ଜୀର୍ଣ୍ଣକାରକ ଏବଂ କୃମିନାଶକ । ପାନରେ ଦିଆଯାଉଥିବା ଚୂନ ଲୌହଶକ୍ତି ପୂର୍ଣ୍ଣ (କ୍ୟାଲସିଅମ) ଓ ଖଇର ଦାନ୍ତକୁ ମଜଭୁତ କରିଥାଏ । ପାନ ଖାଇଲା ବେଳେ ପତ୍ରରୁ ଶିରା ଛେଦନ କରାଯାଇଥାଏ କାରଣ ପାନଶିରା ହେଉଛି ବୁଦ୍ଧି ବିନାଶିନୀ । ରଜପାନର ଚମକ ଓ ମହକ ସାରାବର୍ଷର ପାନକୁ ବଳିଯାଏ,

Leave a Reply

Your email address will not be published. Required fields are marked *