ରାଜ୍ୟରେ ଚିହ୍ନଟ ହେଲେ ଆଉ ୮୬ କରୋନା ପଜିଟିଭ

ଭୁବନେଶ୍ୱର: ରାଜ୍ୟରେ ହୁ ହୁ ହୋଇ ମାଡି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ସକାଳୁ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ଆଉ ୮୬ କରୋନା ପଜିଟିଭ ।

ଏହି ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୯୮ରେ ପହଂଚି ଥିବା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂଚନା ଦେଇଛି ।

ଆଜି ଚିହ୍ନଟ ଆକ୍ରାନ୍ତଙ୍କ ମଧ୍ୟରୁ ସର୍ବାଧିକ ଯାଜପୁରରୁ ୪୬ ଜଣ ,କଟକ ଜିଲ୍ଲାରୁ ୧୧ ଜଣ, ନୟାଗଡରୁ ୬, ଗଞ୍ଜାମ ରୁ ୫ ଜଣ, ବାଲେଶ୍ଵର, ଭଦ୍ରକ, କେନ୍ଦୁଝର,ଖୋର୍ଦ୍ଧା ଓ ପୁରୀ ଜିଲ୍ଲାରୁ ୩ ଜଣ ଲେଖାଏଁ ଚିହ୍ନଟ ହୋଇଛନ୍ତି । ବଲାଙ୍ଗୀରରୁ ୨ ଜଣ ଓ ସୁନ୍ଦରଗଡରୁ ଜଣେ ପଜିଟିଭ ଚିହ୍ନଟ ହୋଇଛନ୍ତି।

ଚିହ୍ନଟ ୮୬ ଆକ୍ରାନ୍ତଙ୍କ ମଧ୍ୟରୁ ୮୦ ଜଣ କ୍ୱାରେଣ୍ଟାଇନରେ ଥିବା ବେଳେ ଜଣେ କଣ୍ଟେନମେଣ୍ଟ ଜୋନରୁ ଓ ୫ ଜଣ ସ୍ଥାନୀୟ ବାସିନ୍ଦା ହୋଇଥିବା ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *