ପଶ୍ଚିମବଙ୍ଗ ପାଇଁ ହଜାରେ କୋଟିର ସହାୟତା ଘୋଷଣା କଲେ ପ୍ରଧାନମନ୍ତ୍ରୀ

କୋଲକୋତା: ବାତ୍ୟା ଅମ୍ପନ ପରର ପରିସ୍ଥିତି ଅନୁଧ୍ୟାନ ନିମନ୍ତେ ଆଜି ପଶ୍ଚିମବଙ୍ଗ ଗସ୍ତରେ ଆସିଥିଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ମୋଦି ଆକାଶ ମାର୍ଗରୁ ସ୍ଥିତି ଦେଖିବା ପରେ ୧ ହଜାର କୋଟି ଟଙ୍କାର ସାହାଯ୍ୟ ଘୋଷଣା କରିଛନ୍ତି ।

ପ୍ରଧାନମନ୍ତ୍ରୀ ମୋଦି ଆଜି ସକାଳେ କୋଲକାତାରେ ପହଞ୍ଚି ବିମାନଯୋଗେ ବାତ୍ୟା ପ୍ରଭାବିତ ଅଞ୍ଚଳ ଗୁଡିକୁ ଆକାଶମାର୍ଗରୁ କ୍ଷୟକ୍ଷତି ଆକଳନ କରିଥିଲେ । ବିମାନରେ ତାଙ୍କ ସହ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଥିଲେ ।

ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରିବା ପରେ ପ୍ରଧାନମନ୍ତ୍ରୀ ମୋଦି କହିଥିଲେ ଯେ, “ଦେଶର କରୋନା ଭାଇରସ ସଂକଟ ଲାଗି ରହିଥିବା ବେଳେ ପୂର୍ବ ଭାଗ ବାତ୍ୟାରେ ପ୍ରଭାବିତ ହୋଇଛି । ଏହି ବାତ୍ୟା ପାଇଁ ଉଭୟ ରାଜ୍ୟ ଓ କେନ୍ଦ୍ର ପ୍ରସ୍ତୁତ ଥିଲେ ମଧ୍ୟବ ପାଖାପାଖି ୮୦ ଜଣ ବ୍ୟକ୍ତି ପ୍ରାଣ ହରାଇଛନ୍ତି ।

ପ୍ରଧାନମନ୍ତ୍ରୀ ପଶ୍ଚିମବଙ୍ଗକୁ ୧ ହଜାର କୋଟି ଟଙ୍କାର ସହାୟତା ରାଶି ଘୋଷଣା କରିଛନ୍ତି । ଏହାସହ ବାତ୍ୟାରେ ପ୍ରାଣ ହରାଇଥିବା ମୃତକଙ୍କ ପରିଜନଙ୍କୁ ୨ ଲକ୍ଷ ଓ ଆହତ ମାନଙ୍କୁ ୫୦ ହଜାର ଦେବାକୁ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *