ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀଙ୍କୁ କରୋନା

ଭୋପାଳ: କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ୱାନ। ତାଙ୍କ କୋଭିଡ୍ ରିପୋର୍ଟ ପଜିଟିଭ୍ ଆସିଥିବା ନିଜେ ଟ୍ୱିଟ୍ କରି ସୂଚନା ଦେଇଛନ୍ତି ଶିବରାଜ ସିଂହ ଚୌହ୍ୱାନ ।

ଦେଶରେ ପ୍ରଥମ ଥର କୌଣସି ମୁଖ୍ୟମନ୍ତ୍ରୀ କରୋନା ସଂକ୍ରମିତ ହୋଇଥିବା ସୂଚନା ମିଳୁଛି।ତାଙ୍କ ପାଖରେ କୋଭିଡ୍ ଲକ୍ଷଣ ଦେଖାଦେଇଥିଲା । ଏହାପରେ ସେ ଟେଷ୍ଟ କରିବା ପରେ କୋଭିଡ୍ ରିପୋର୍ଟ ପଜିଟିଭ୍ ବାହାରିଥିବା ଶିବରାଜ ନିଜ ଟ୍ୱିଟରେ ଲେଖିଛନ୍ତି । ତାଙ୍କ ସଂସ୍ପର୍ଶରେ ଆସିଥିବା ଲୋକଙ୍କୁ କ୍ୱାରେଣ୍ଟାଇନରେ ରହିବା ସହ କୋଭିଡ୍ ଟେଷ୍ଚ କରିବା ପାଇଁ ସେ ନିବେଦନ କରିଛନ୍ତି ।

Leave a Reply

Your email address will not be published. Required fields are marked *